ଓଡ଼ିଆ ବାଇବଲ ୱେବସାଇଟ୍କୁ ଆପଣମାନଙ୍କୁ ସ୍ୱାଗତ କରୁଅଛୁ
ଏହି ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଯୁଗରେ ଆମେ ପ୍ରୟୋଗ ବିଜ୍ଞାନ (ଟେକ୍ନଲୋଜି) ବ୍ୟବହାର କରି ପରମେଶ୍ୱରଙ୍କ ପବିତ୍ର ଓ ଜୀବିତ ବାକ୍ୟ ଆପଣଙ୍କ ନିକଟକୁ ପହଞ୍ଚାଉ ଅଛୁ. ଏହି ୱେବସାଇଟ୍ରେ ଆପଣ ଅନେକ ପ୍ରକାରର ଖ୍ରୀଷ୍ଟିୟ ସାହିତ୍ୟ ସାମଗ୍ରୀ (ଓନଲାଇନ୍ ଓଡ଼ିଆ ବାଇବଲ, ଅଡିଓ ଓ ଭିଡିଓ, ଅଡିଓ ବାଇବଲ, ଖ୍ରୀଷ୍ଟିଅ ଓଡ଼ିଆ ପୁସ୍ତକ ଏବଂ ଭକ୍ତି ସଂଗୀତ) ସବୁ ପାଇପାରିବେ. ଏହି ୱେବସାଇଟ୍ରେ ଉପଲବ୍ଧ ଥିବା ସମସ୍ତ ସାହିତ୍ୟ ସାମଗ୍ରୀକୁ ଆପଣ ବିନାମୁଲ୍ୟରେ ପଢ଼ିପାରିବେ, ଶୁଣିପାରିବେ, ଦେଖିପାରିବେ, ଏବଂ ଡାଉନଲୋଡ୍ ମଧ୍ୟ କରିପାରିବେ.
Verse of the day
“ତୁମ୍ଭେ ଉପବାସ କଲାବେଳେ ଦୁଃଖିତ ଥିବା ଭଳି ମୁହଁ କର ନାହିଁ। କପଟୀମାନେ ସେହିପରି କରିଥା’ନ୍ତି। ତୁମ୍ଭେ କପଟୀଙ୍କ ପରି ହୁଅ ନାହିଁ। କପଟୀମାନେ ମୁହଁ ଶୁଖାଇ ଲୋକଙ୍କୁ ଦେଖେଇବାକୁ ଗ୍ଭହାନ୍ତି ଯେ, ସେମାନେ ଉପବାସ କରୁଛନ୍ତି। ମୁଁ ତୁମ୍ଭକୁ ସତ୍ୟ କହୁଛି ଯେ ସେମାନଙ୍କୁ ଏଥିପାଇଁ ପ୍ରତିଫଳ ମିଳିସାରିଛି।
Matthew 6:16