ଓଡ଼ିଆ ବାଇବଲ ୱେବସାଇଟ୍କୁ ଆପଣମାନଙ୍କୁ ସ୍ୱାଗତ କରୁଅଛୁ
ଏହି ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଯୁଗରେ ଆମେ ପ୍ରୟୋଗ ବିଜ୍ଞାନ (ଟେକ୍ନଲୋଜି) ବ୍ୟବହାର କରି ପରମେଶ୍ୱରଙ୍କ ପବିତ୍ର ଓ ଜୀବିତ ବାକ୍ୟ ଆପଣଙ୍କ ନିକଟକୁ ପହଞ୍ଚାଉ ଅଛୁ. ଏହି ୱେବସାଇଟ୍ରେ ଆପଣ ଅନେକ ପ୍ରକାରର ଖ୍ରୀଷ୍ଟିୟ ସାହିତ୍ୟ ସାମଗ୍ରୀ (ଓନଲାଇନ୍ ଓଡ଼ିଆ ବାଇବଲ, ଅଡିଓ ଓ ଭିଡିଓ, ଅଡିଓ ବାଇବଲ, ଖ୍ରୀଷ୍ଟିଅ ଓଡ଼ିଆ ପୁସ୍ତକ ଏବଂ ଭକ୍ତି ସଂଗୀତ) ସବୁ ପାଇପାରିବେ. ଏହି ୱେବସାଇଟ୍ରେ ଉପଲବ୍ଧ ଥିବା ସମସ୍ତ ସାହିତ୍ୟ ସାମଗ୍ରୀକୁ ଆପଣ ବିନାମୁଲ୍ୟରେ ପଢ଼ିପାରିବେ, ଶୁଣିପାରିବେ, ଦେଖିପାରିବେ, ଏବଂ ଡାଉନଲୋଡ୍ ମଧ୍ୟ କରିପାରିବେ.
Verse of the day
କୌଣସି ଲୋକ ପରମେଶ୍ୱରଙ୍କୁ ଦେଖି ପାରେ ନାହିଁ। କିନ୍ତୁ ଖ୍ରୀଷ୍ଟ ଠିକ୍ ପରମେଶ୍ୱରଙ୍କ ଭଳି। ଖ୍ରୀଷ୍ଟ ସମସ୍ତ ସୃଷ୍ଟ ବିଷୟ ଗୁଡ଼ିକର ଶାସକ ଅଟନ୍ତି। ତାହାଙ୍କର ଶକ୍ତିରେ ସମସ୍ତ ବିଷୟ ଗୁଡ଼ିକର ଉତ୍ପତ୍ତି ସ୍ୱର୍ଗର ଓ ପୃଥିବୀର ବିଷୟ, ଦୃଶ୍ୟ ଓ ଅଦୃଶ୍ୟ ବିଷୟ ସବୁ, ସମସ୍ତ ଆଧ୍ୟାତ୍ମିକ ଶକ୍ତି, ଅଧିକାରୀଗଣ, ପ୍ରଭୁଗଣ ଓ ଶାସକଗଣ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:15